ହେଡଲାଇନସ୍:

ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ସଡ଼କ ନିରାପତ୍ତା କାର୍ଯ୍ୟକ୍ରମ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠିତ ସମନ୍ୱିତ ଯୂବ ବିକାଶ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ସଡ଼କ ନିରାପତ୍ତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ଅଧ୍ୟାପକ ଗିରିଧର ନାୟକ, ରାମଚନ୍ଦ୍ର ମହାନ୍ତି, ବିଦ୍ୟାଧର ସ୍ୱାଇଁ, ରଞ୍ଜତ୍ କୁମାର ଦାସ, ଅନୀଲ ସ୍ୱାଇଁ, ରବି ପାତ୍ର, ସଂଜୀବ ଦାସ, ଅମୂଲ୍ୟ କୁମାର ପଣ୍ଡା ପ୍ରମୁଖ ମଞ୍ଚାସୀନ ରହି ଛାତ୍ରଛାତ୍ରୀଙ୍କ ସହିତ ସଡକ ନିରାପତ୍ତାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ I I ଏହି ଅବସରରେ ଛାତ୍ରଛାତ୍ରୀମାନେ ପ୍ଲାକାର୍ଡ ଏବଂ ସ୍ଲୋଗାନ୍ ମାଧ୍ୟମରେ ଅମୂଲ୍ୟ ଜୀବନ ପାଇଁ ହେଲମେଟ୍ ର ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ I ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଡ଼କ ନିରାପତ୍ତା ସମ୍ପର୍କିତ ଏକକ ଅଭିନୟ, ଓଡ଼ିଆ ବକ୍ତୃତା, ଇଂରାଜୀ ବକ୍ତୃତା ଏବଂ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ଅଧ୍ୟାପକ ରାମଚନ୍ଦ୍ର ମହାନ୍ତି ସମସ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ I

0
0
0
s2sdefault