ମହିଳା ସ୍ନାତକ ମହାବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମ ଉଦଯାପନୀ ଉତ୍ସବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହିଳା ସ୍ନାତକ ମହାବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମ ଉଦଯାପନୀ ଉତ୍ସବ ଅଧ୍ୟକ୍ଷା ଡ.ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ପରିସରରେ ସୁଚାରୁ ରୂପେ ସମ୍ପନ୍ନ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଛାତ୍ରୀମାନଙ୍କ ଚରିତ୍ର ଗଠନ ଓ ଅନ୍ତନିହିତ ପ୍ରତିଭାର ବିକାଶ ପାଇଁ ନିଜ ଅଭିଭାଷଣରେ ଗୁରୁତ୍ବ ଆରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ଶ୍ରୀ ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ , ଜିଲ୍ଲାପରିଷଦ , ଗଜପତି , ପାରଳାଖେମୁଣ୍ଡି ତହସିଲଦାର ଶ୍ରୀ ନାରାୟଣ ବେହେରା , ପାରଳା ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ଯୋଗଦେଇ ଛାତ୍ରୀ ଜୀବନରେ ଶିକ୍ଷାର ଗୁରୁତ୍ବ ସହ ନାରୀଶିକ୍ଷା ଏବଂ ସମାଜରେ ନାରୀର ମହନୀୟତା ଉପରେ ଆଲୋକପାତ କରିଥିଲେ।
ମହାବିଦ୍ୟାଳୟର ଅଧ୍ୟକ୍ଷା ଡ.ରୀନା ସାହୁ କାର୍ଯ୍ୟକ୍ରମର ଆଭିମୁଖ୍ୟ ସଂପର୍କରେ କହିଥିଲେ ଏବଂ ନୋଡାଲ୍ ଅଧିକାରୀ ଡ.ଭାରତୀ ପାଣିଗ୍ରାହୀ କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ। ଅଧ୍ୟାପିକା ଶ୍ରୀମତୀ ବରଦା ଆଚାର୍ଯ୍ୟ ଅତିଥି ପରିଚୟ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ। ମହାବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀ ବୃନ୍ଦ ସକ୍ରିୟଭାବେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ।
ଶେଷରେ ଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ଛାତ୍ରୀ ଉପଭୋଗ କରିଥିଲେ।

0
0
0
s2sdefault