ହେଡଲାଇନସ୍:

ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ରାଜ୍ୟ ସରକାରଙ୍କ ସହଯୋଗରେ ଆରମ୍ଭ

  • ମାତ୍ର ଦେଢ ଘଣ୍ଟାରେ ଯାତ୍ରା ସମ୍ଭବ ହେବ

  • ଆଲାଏନ୍ସ ଏୟାର ସହଯୋଗରେ ସପ୍ତାହରେ ୩ ଦିନ ଉଡିବ ବିମାନ

  • ଶିଳ୍ପ ଓ ପର୍ଯ୍ୟଟନର ଅଭିବୃଦ୍ଧି ହେବ

Image

ଭୁବନେଶ୍ବର:ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟ ସରକାର Viability Gap Funding ଜରିଆରେ ଯୋଗାଇ ଦେଇଛନ୍ତି। ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ ରାଉରକେଲାରୁ କୋଲକତା ଯାତ୍ରା କରିପାରିବେ।

ଆଲାଏନ୍ସ ଏୟାର ପକ୍ଷରୁ ସପ୍ତାହକୁ ୩ ଦିନ- ମଙ୍ଗଳବାର, ଗୁରୁବାର, ଶନିବାର- ବିମାନ ସେବା ଯୋଗାଇ ଦିଆଯିବ। ଏହା ଦ୍ୱାରା ସୁନ୍ଦରଗଡ ଜିଲ୍ଲାରେ ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରାରମ୍ଭିକ ବିମାନ ଦେୟ ୧୯୯୯ ଟଙ୍କା ରହିଛି।

0
0
0
s2sdefault