ହେଡଲାଇନସ୍:

ଓଡିଶାରୁ ଦିଲ୍ଲୀ ଅଭିମୁଖେ ବିମାନରେ ଯାତ୍ରା କଲେ ୨୯ ଜଣ ଏନସିସି କ୍ୟାଡେଟ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 
  • କୃତୀ କ୍ୟାଡେଟମାନଙ୍କ ପାଇଁ ଓଡିଶାରୁ ଦିଲ୍ଲୀ ଅଭିମୁଖେ ବିମାନଯାତ୍ରା ଖର୍ଚ ବହନ କରିଛନ୍ତି ରାଜ୍ୟ ସରକାର

  • ବିମାନବନ୍ଦରରେ ଉପସ୍ଥିତ ରହି କ୍ୟାଡେଟଙ୍କୁ କ୍ୟାପ ପିନ୍ଧାଇ, ପୁଷ୍ପଗୁଚ୍ଛ ଦେଇ ଉତ୍ସାହିତ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ବିଭାଗ ଏହି ବର୍ଷଠାରୁ ଓଡ଼ିଶାର କୃତୀ କ୍ୟାଡେଟମାନଙ୍କୁ ଦିଲ୍ଲୀର ସାଧାରଣତନ୍ତ୍ର ଦିବସରେ ଯୋଗଦେବା ପାଇଁ ଓଡିଶାରୁ ଦିଲ୍ଲୀ ଅଭିମୁଖେ ବିମାନରେ ଯିବା ଆସିବାର ସମସ୍ତ ସୁବିଧା ଯୋଗାଇଦେଇଛନ୍ତିା ଓଡ଼ିଶାର ୭୦ ହଜାର କ୍ୟାଡେଟମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର କଠିନ ପରୀକ୍ଷା ଓ ପ୍ରତିଯୋଗିତା କରାଯାଇ ସର୍ବଶେଷରେ ୧୨୨ ଜଣ କୃତୀ କ୍ୟାଡେ଼ଟଙ୍କୁ ଚୟନ କରାଯାଇଥିଲାା ସେଥି ମଧ୍ୟରୁ ୨୯ ଜଣ କୃତୀ କ୍ୟାଡେ଼ଟ ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଦିଲ୍ଲୀ ଅଭିମୁଖେ ଏୟାର ଭିସ୍ତାରା ବିମାନ ଯୋଗେ ଯାତ୍ରା କରିଛନ୍ତିା ତନ୍ମଧ୍ୟରୁ ୨୩ ଜଣ କ୍ୟାଡେ଼ଟଙ୍କ ପାଇଁ ବିମାନ ଯାତ୍ରା ସମ୍ପୂର୍ଣ୍ଣ ନୂଆ ଅନୁଭୂତି ଥିଲାା ଯାତ୍ରା ସମୟରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ନିମନ୍ତେ ଏୟାରପୋର୍ଟରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ନାୟକ, ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଶ୍ରୀ ଭବାନୀ ଶଙ୍କର ଚୟନୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲୋ ମନ୍ତ୍ରୀ ଶ୍ରୀ ନାୟକ ସମସ୍ତ କ୍ୟାଡେଟଙ୍କୁ କ୍ୟାପ ପିନ୍ଧାଇ, ପୁଷ୍ପଗୁଚ୍ଛ ଦେଇ ଉତ୍ସାହିତ କରିଥିଲୋ ଏଥିପାଇଁ ସମସ୍ତ ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ବିଭାଗକୁ ଧନ୍ୟବାଦ ଜଣାଇଛନ୍ତିା
ପ୍ରତିବର୍ଷ ଜାନୁୟାରୀ ୨୬ରେ ଅନୁଷ୍ଠିତ ହେଉଥିବା ସାଧାରଣତନ୍ତ୍ର ଦିବସ ପ୍ୟାରେଡ଼ରେ ଯୋଗଦାନ କରିବା ପାଇଁ ଆମ ରାଜ୍ୟରୁ ପିଲାମାନଙ୍କୁ ଚୟନ କରି ଦିଲ୍ଲୀ ପଠାଯାଇଥାଏା ଏ ବର୍ଷ ଓଡ଼ିଶାର କଟକ ଗ୍ରୁପ ଏନ୍ସିସି ଗ୍ରୁପ କମାଣ୍ଡର ତଥା ଚୟନକାରୀ ସାମରିକ ସେନାର ଅଧିକାରୀ କର୍ଣ୍ଣେଲ ସତ୍ୟବ୍ରତ ସ୍ୱାଇଁଙ୍କ ତତ୍ତ୍ୱାବଧାନରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡ଼ିଶା ସମର ଶିକ୍ଷାର୍ଥୀ ବାହିନୀର ପ୍ରସ୍ତୁତି ଶିବିର ଭୁବନେଶ୍ୱରଠାରେ ଅବସ୍ଥିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ବାହିନୀ ପରିସରରେ ଅନୁଷ୍ଠିତ ହୋଇଥିଲାା
ଦୀର୍ଘ ୫୦ ଦିନ ବ୍ୟାପି ଅନୁଷ୍ଠିତ ହୋଇଥିବା ଏହି ଶିବିରରେ କ୍ୟାଡେ଼ଟମାନଙ୍କୁ ଡ୍ରିଲ, ଘୋଡାଚଢା କୌଶଳ, ଜାତୀୟ ସଂହତି ଶିକ୍ଷା, ପତାକା ସ୍ଥାନ ପ୍ରସ୍ତୁତି, ବ୍ୟକ୍ତିତ୍ୱ ବିକାଶ ଅଭିବୃଦ୍ଧି ଶିକ୍ଷା, ସାମରିକ ଶିକ୍ଷା ଭାଷା ବିନିମୟ ଶିକ୍ଷା ଭଳି ବିଭିନ୍ନ ଶାରୀରିକ ତଥା ବୌଦ୍ଧିକ ଶିକ୍ଷାର ତାଲିମ ପ୍ରଦାନ କରାଯାଇଥିଲାା

0
0
0
s2sdefault