ହେଡଲାଇନସ୍:

ବାଲୁଗାଁ ନୂଆଗଡ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ତିନି ଗୁରୁତର lll

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଲୁଗାଁ (ସେକ କୌସର ): ନୂଆ ବର୍ଷରେ ଅଘଟଣ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ନୂଆଗଡ ଓଭରବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ଜଣଙ୍କ ମୃତ୍ୟୁ ଘଟିଛି।ସୂଚନା ମୁତାବକ ଆଜି ବଡ଼ି ଭୋରରୁ ଭୁବନେଶ୍ୱରରୁ ଏକ କେବୁଲ ବୋଝେଇ ଟ୍ରକ ଏବଂ ଯୋଡ଼ାରୁ ଗୋପାଳପୁର ଯାଉଥିବା ଏକ ଆଇରନ ବୋଝେଇ ଟ୍ରକ ଆଗପଛ ହୋଇ ଯାଉଥିବା ବେଳେ ନୂଆଗଡ ଓଭରବ୍ରିଜ ଠାରେ ଆଇରନ ବୋଝେଇ ଟ୍ରକ ଟି କେବୁଲ ବୋଝେଇ ଟ୍ରକକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ଆଇରନ ବୋଝେଇ ଟ୍ରକ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଗୁରୁତର ଆହତ ହୋଇ ବାଲୁଗାଁ ମେଡିକାଲକୁ ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ ସାହୁ ଉପସ୍ଥିତ ରହି ତଦନ୍ତ ଜାରି ରଖିଛନ୍ତି।

0
0
0
s2sdefault