ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି , କତଳକଇଠା , ବାଘଶାଳ , ରାଣୀପେଣ୍ଠ ଓ ସିଧମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୪୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୯ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨ ଗୋଟି ଅଭିଯୋଗକୁ ଶୁଣାଣି କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମୋ ଘର ଯୋଜନା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା। ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault