ହେଡଲାଇନସ୍:

ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷର ଏନ୍ଫୋର୍ସମେଣ୍ଟ ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ଏନ୍ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

  • ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ

  • ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର Enforcement କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ Enforcement କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦବୀ ଗୁଡିକ ରାଜ୍ୟ ପୋଲିସ୍‌ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ ହେବ।

ଏହି ପଦବୀଗୁଡିକ ହେଲା- ୧ଟି Assistant Commissioner of Police, 6ଟି Assistant Sub Inspector of police ଏବଂ ୬୦ଟି Police Constable ପଦବୀ।

ଭୁବନେଶ୍ୱର ପୂର୍ବ ଭାରତର ଏକ ଦୃତ ଅଭିବୃଦ୍ଧିଶୀଳ ସହର। ସହରାଞ୍ଚଳ ଯୋଜନାବଦ୍ଧ ବିକାଶ ପାଇଁ ଏହି ପଦବୀଗୁଡିକ କାର୍ଯ୍ୟ କରିବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ସମଗ୍ର ଭୁବନେଶ୍ୱର ସହରରେ ଏସବୁ କାର୍ଯ୍ୟ ନିମନ୍ତେ ୨୫ଟି Joint Team ଓ ୫ଟି Reserve Teamର ଆବଶ୍ୟକତା ଥିଲା। ପ୍ରତି ଟିମ୍‌ରେ ୨ଜଣ ପୁଲିସ୍‌ କନେଷ୍ଟବଳ ରହିବେ। ଏହି ଟିମ୍‌ଗୁଡିକର ସମନ୍ୱୟ ଓ ସୁପରିଚାଳନା ପାଇଁ ଜଣେ Assistant Commissioner, 6 ଜଣ Assistant Sub Inspector କାର୍ଯ୍ୟ କରିବେ।

ଏହି ପଦବୀଗୁଡିକ ପୂରଣ ଦ୍ୱାରା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସହଜ ଓ ତ୍ୱରାନ୍ୱିତ ହେବ।

0
0
0
s2sdefault