ହେଡଲାଇନସ୍:

ଆରମ୍ଭ ହେଲା ଚିଲିକା ହ୍ରଦରେ ପକ୍ଷୀ ଗଣନା ୨୧ ଟି ଟିମ ନିୟୋଜିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଚିଲିକା (ସେକ କୌସର ): ଆଜି ଚିଲିକା ହ୍ରଦରେ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ ଅଧିକ ଥିବାବେଳେ ବିଦେଶାଗତ ପକ୍ଷୀଙ୍କ ଆଗମନ ଚିଲିକାରେ ବଢିବ ବୋଲି ଆଶା କରିଛନ୍ତି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଅମ୍ଲାନ ନାୟକ ସୂଚନା ମୁତାବକ ଆଜି ସକାଳ ୬ ଘଟିକାରୁ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯାଇଥିବା ବେଳେ ୨୧ ଟି ଟିମ ନିୟୋଜିତ ହୋଇଛନ୍ତି। ଏବଂ ପ୍ରତି ଟିମରେ ୫ ଜଣ ସଦସ୍ୟ ରହିଛନ୍ତି। ଟାଙ୍ଗୀ ଜୋନରେ ୮ଟି ଟିମ, ବାଲୁଗାଁରେ ୫ଟି, ସାତପଡ଼ାରେ ୩ଟି, ରମ୍ଭାରେ ୨ ଟି ଏବଂକୃଷ୍ଣପ୍ରସାଦରେ ୩ ଟି ଟିମ ନିୟୋଜିତ ହୋଇଛନ୍ତି।ତେବେ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ଏବଂ ଅନ୍ୟ ଉପକରଣ ଆଦି ବ୍ୟବହୃତ କରାଯାଉଥିବା ବେଳେ ପକ୍ଷୀପ୍ରେମୀ, ପକ୍ଷୀ ସୁରକ୍ଷା ଶିବିରର କର୍ମକର୍ତ୍ତା, ଓୟୁଏଟି ଛାତ୍ରଛାତ୍ରୀ, ପକ୍ଷୀ ବିଶେଷଙ୍ଗ, ସାମାଜିକ କର୍ମୀ, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ ଏବଂ ବିଏନଏଚଏସ ସାମିଲ ହୋଇଛନ୍ତି।

0
0
0
s2sdefault