ହେଡଲାଇନସ୍:

ବାଲୁଗାଁ ନାଚୁଣୀ ରାଜପଥରେ ଦୁର୍ଘଟଣା ଗ୍ରସ୍ତ ହେଲା ବୋଲେରୋ, ଜଣେ ମୃତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଲୁଗାଁ( ସେକ କୌସର ): ରବିବାର ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା 16 ନମ୍ବର ଜାତୀୟ ରାଜପଥ ବରଡ଼ି ଛକରେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି ଯେଉଁଥିରେ ଜଣଙ୍କ ମୃତ୍ୟୁ ଘଟିଛି।ପୋଲିସ ସୂଚନା ମୁତାବକ ଭୁବନେଶ୍ୱର ବାଲିପାଟଣା ଅଞ୍ଚଳରୁ 10 ଜଣ ସାଙ୍ଗ ଏକାଠି ହୋଇ ଏକ ବୋଲେରୋ ଯୋଗେ ଗଞ୍ଜାମ ତାରାତାରିଣୀ ମନ୍ଦିର ଦର୍ଶନ ପାଇଁ ଗତକାଲି ରାତିରେ ବାହାରିଥିଲେ l ତେବେ କୌଣସି କାରଣବଶତଃ ଆଜି ବଡ଼ି ଭୋରରୁ ନାଚୁଣୀ ବରଡ଼ି ଛକରେ ବୋଲେରୋ ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ନଅ ଜଣ ଏବଂ ଡ୍ରାଇଭରଙ୍କୁ ମିଶାଇ ସମୁଦାୟ 10 ଜଣ ଗୁରୁତର ଆହତ ହୋଇଛନ୍ତି।ମୃତକ ଜଣକ ବାଲିପାଟଣା ଥାନା ଅନ୍ତର୍ଗତ ମାର୍ଥାପୁର ଗ୍ରାମର ଚନ୍ଦ୍ରମଣି ଜେନାଙ୍କ ପୁତ୍ର ଯଯାତି କେଶରୀ ଜେନା(33) ବୋଲି ଜଣାପଡିଛି। ଆହତମାନଙ୍କୁ ପ୍ରଥମେ ବାଲୁଗାଁ ଏବଂ ପରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ କୁ ସ୍ଥାନାନ୍ତରିତ କରାଯାଇଛି। ନାଚୁଣୀ ପୋଲିସ ଗାଡି ଜବତ କରି ତଦନ୍ତ ଜାରୀ ରଖିଛି।

0
0
0
s2sdefault