ହେଡଲାଇନସ୍:

ରାୟଗଡା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା 2024 ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରାୟଗଡ:- ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡା ଠାରେ ତା 08/01/2024 ରିଖରେ ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା -2024 ଅନୁଷ୍ଠିତ ହୋଇଯାଇଛି l ଏହି ମେଳାରେ 96ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଏବଂ ଜିଲାର ପ୍ରାୟ 06 ଗୋଟି କମ୍ପାନୀ ଯୋଗଦାନ କରି 89 ଛାତ୍ର ଛାତ୍ରୀଙ୍କୁ ଚୟନ କରିଥିଲେ |
ଏହି ମେଳାରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ନରେନ୍ଦ୍ର କୁମାର ନାୟକ,(ଓ. ପ୍ର. ସେ ) ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡା, ଶ୍ରୀ ବିଜୟ କୁମାର ସାହୁ, ଜେନେରାଲ ମ୍ୟାନେଜର, ଡି. ଆଇ. ସି, ରାୟଗଡା ମୁଖ୍ୟବକ୍ତା ଭାବରେ, ଶ୍ରୀ ଏନ. କୋଟିରତନମ, ସହକାରୀ ନିର୍ଦେଶକ, ଏମ. ଏସ. ଏମ. ଇ, ରାୟଗଡା ସନମାନିତ ଅତିଥି ଭାବରେ ଯୋଗ ଦେଇ ଆପରେଣ୍ଟିସିପ ଏବଂ ଏହାର ଆବଶ୍ୟକତା ଉପରେ ଆଲୋକ ପାତ କରିଥିଲେ lଅନୁଷ୍ଠାନ ର ଅଧ୍ୟକ୍ଷ ଶ୍ରୀ ଅତୁଲ୍ୟ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏଇ ମେଳା ରେ ନିମନ୍ତ୍ରିତ ଅତିଥି ମାନେ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ| ମୁଖ୍ୟ ଅତିଥି ଶ୍ରୀ ନାୟକ ଛାତ୍ର ଛାତ୍ରୀ ମାନଙ୍କୁ କୁଶଳୀ ହେଇ ଆତ୍ମ ନିର୍ଭରଶିଳ ହେବାପାଇଁ ଆହ୍ୱାନ ଦେଇ ଉପାଦେୟ ବାର୍ତ୍ତା ପ୍ରଦାନ କରିଥିଲେ l ଅନ୍ୟ ଅତିଥି ବୃନ୍ଦ ସେମାନଙ୍କର ମୂଲ୍ୟବାନ ଅଭିଭାଷଣ ପ୍ରଦାନ କରିଥିଲେ l ଅନୁଷ୍ଟାନ ର ତାଲିମ ଅଧିକାରୀ ଶ୍ରୀଯୁକ୍ତ ନିଶିକାନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶ୍ରୀ ସନ୍ତୋଷ କୁମାର ସାହୁ ମଂଚ ପରିଚାଳନା କରିଥିଲେ l ଅନୁଷ୍ଠାନ ର ସମସ୍ତ କର୍ମଚାରୀ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସୁଚାରୁରୂପେ ସମ୍ପାଦନ ହେଇଥିଲା

0
0
0
s2sdefault