ହେଡଲାଇନସ୍:

ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର-ତା.୧୫.୦୧.୨୦୨୪- ଓଡ଼ିଶାର ବରପୁତ୍ର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବ୍ୟାସକବିଙ୍କ ସ୍ମୃତିଚାରଣ କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦ ସଭାପତି ଶ୍ରୀ ଜୀବନ ମହାପାତ୍ର, ସାଧାରଣ ସମ୍ପାଦକ ଡ଼ ବିରାଜ ମୋହନ ଦାସ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଲଷ୍ମୀଧର ବେହେରା,ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

0
0
0
s2sdefault