ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ତା 16,01,2024 ରିଖ ଦିନ ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସ୍ୱଧାଦେବ ସିଂ ନିର୍ଦ୍ଦେଶକ୍ରମେ ଉପଜିଲ୍ଲାପାଳ ଲଳିତ କୁମାର କହଁର ମୋଟ 33ଟି ଅଭିଯୋଗ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅଭିଯୋଗ ଗୁଡିକର ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । 33ଟି ଅଭିଯୋଗ ମଧ୍ୟରୁ 25ଟି ବ୍ୟକ୍ତିଗତ ଓ 8ଗୋଟି ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା । ବିଶେଷ କରି ରାସ୍ତା, ବିଦ୍ୟୁତ, ବିଜୁ ପକ୍କାଘର, ପିଲାମାନଙ୍କୁ ବିଦ୍ୟାଳୟ ଓ ହଷ୍ଟେଲରେ ଦାଖଲ ନିମନ୍ତେ ଦରଖାସ୍ତ ଗୁଡିକ ଦାଖଲ ହୋଇଥିଲା ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଲଳିତ କୁମାର କହଁର, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଧେଶିକା ଶ୍ରୀମତୀ ଶାନ୍ତି ପ୍ରଭା ପ୍ରଧାନ, ଏପିଡ଼ିଏ ନରେନ୍ଦ୍ର ନାୟକ, ଉପଖଣ୍ଡ ଚିକିତ୍ସା ଅଧିକାରୀ ରମେଶ ଚନ୍ଦ୍ର ସାହୁ ପ୍ରମୁଖ ଅଭିଯୋଗ ଗୁଡିକ ଶୁଣାଣି କରିଥିଲେ । ଆଜିର ଏହି ଅଭିଯୋଗ ଶୁଣାଣୀରେ ଗୁଣପୁର ତହସିଲଦାର ଲୀଳାବତୀ ଆଚାରଜି, ଜିଲ୍ଲା ମଙ୍ଗଳ ଅଧିକାରୀ ବିଭୁତି ଭୂଷଣ ବିଶ୍ୱାଳ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଅତିରିକ୍ତ ତହସିଲଦାର ଅଂଶୁମାନ ପରିଡା, ଅତିତିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୁରଜନାୟକ, ଡେପୁଟି କଲେକ୍ଟର ଅଭିଶେଖ ସ୍ୱାଇଁ, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ସ୍ୱାଇଁ, ଶୁଭ୍ରାଜୀତ ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।








