ହେଡଲାଇନସ୍:

ନୂଆ- ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଘାଟନୀ ଉତ୍ସବ,

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ: ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପରିପ୍ରେକ୍ଷୀରେ ନୂଆ -ଓ ସାହିତ୍ୟ ପ୍ରତିଯୋଗିତା ଉଦ୍ଘାଟନ କାର୍ଯ୍ୟକ୍ରମ ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ କରାଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ତଥା ଏହି କାର୍ଯ୍ୟକ୍ରମ ର ନୋଡାଲ ଅଫିସର୍ ଶ୍ରୀମତୀ ମାଳେଶ୍ୱରୀ ସାହୁ ଯୋଗଦେଇ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ । ଏହି ଏଥିରେ ଅତିଥି ମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ଶିକ୍ଷା ବିଭାଗର ଅଧ୍ୟାପିକା ଡ଼ ସଂଯୁକ୍ତା ପଣ୍ଡା , ଇତିହାସ ବିଭାଗର ଅଧ୍ୟାପିକା ଶ୍ରୀମତୀ ରଞ୍ଜୁଷା କୁମାରୀ ପ୍ରହରାଜ , ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ଶ୍ରୀ ନୃପେନ୍ଦ୍ର ନାଥ ଖୋସଲା , ଅର୍ଥନୀତି ବିଭାଗର ଅଧ୍ୟାପିକା ଶ୍ରୀମତୀ ତାଇରା ବେଗାମ , ଇତିହାସ ବିଭାଗର ଅଧ୍ୟାପିକା ଶ୍ରୀମତୀ ସୁନୀତା ପାତ୍ର ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରୀମାନେ ବକ୍ତୃତା , କୁଇଜ୍ ଓ ହସ୍ତାକ୍ଷର ପ୍ରତିଯୋଗିତା ରେ ବହୁସଂଖ୍ୟାରେ ଅଂଶଗ୍ରହଣ କରିଥିଲେ । ଓଡ଼ିଆ ବିଭାଗର ଅଧ୍ୟାପକ ଶ୍ରୀ ଲକ୍ଷ୍ମୀକାନ୍ତ ସୌରା ଓଡ଼ିଆ ଭାଷାର ମହତ୍ତ୍ୱ ସମ୍ପର୍କରେ ଅବଗତ କରାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।

0
0
0
s2sdefault