ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୮/୦୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଗଣତନ୍ତ୍ର ଦିବସ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜାନୁଆରୀ ୨୬ ତାରିଖ ରେ ବ୍ଲକ ସ୍ତରୀୟ ଗଣତନ୍ତ୍ର ଦିବସ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟେରେଡ ରେ ଅଭିବାଦନ ଗ୍ରହଣ କରିବେ। ୪.୩୦ ରେ ରାମଧୁନ,ସକାଳ ୬.୩୦ ରେ ପ୍ରଭାତ ଫେରି, ସକାଳ ୭ ରୁ ୮ ମଧ୍ୟରେ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ସହ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ରେ ପତାକା ଉତ୍ତୋଳନ ନେଇ ନିଷ୍ପତି ନିଆ ଯାଇଥିଲା। କେନ୍ଦ୍ରୀୟ ପତାକା ଉତ୍ତୋଳନ ସକାଳ ୮.୩୦ ରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହେବ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ ରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେବ। ମୁଖ୍ୟ ଅତିଥି ପ୍ୟାରେଡ ରେ ଅଭିବାଦନ ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯିବ ବୋଲି ନିଷ୍ପତି ଗ୍ରହଣ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ବିଡିଓ ଶରତ ମାଝୀ,ବ୍ଲକ କଂଗ୍ରେସ ସଭାପତି ଜି ସାଇ ରାଜୁ,ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ଜୋନ ୨ ଗୁପ୍ତ ବିଶୋଇ, ଜିପିଇଓ ପଦ୍ମନାଭ ଭୋଳ, ପୁଲିସ ଏସ ଆଇ ଚନ୍ଦନ ସାହୁ,ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଉପସ୍ଥିତ ଥିଲେ। ପ୍ରସ୍ତୁତି ବୈଠକ କୁ ଏବିଡ଼ିଓ ପଦ୍ମନାଭ ତ୍ରିପାଠୀ ପରିଚାଳନା କରିଥିଲେ।
ରାଜ୍ୟ
ଗଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
- Hits: 236








