ହେଡଲାଇନସ୍:

ସରିଲା ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ, ରାମମୟ ହେଲା ବାଣପୁର-ବାଲୁଗାଁ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଣପୁର (ସେକ କୌସର ): ଆଜି ଅଯୋଧ୍ୟା ଶ୍ରୀ ରାମ ମନ୍ଦିରରେ ପ୍ରଭୁ ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହୋଇଛି। ତେବେ ଏହି ମୁହୂର୍ତ୍ତକୁ ଉପଭୋଗ କରିବା ପାଇଁ କୋଟି କୋଟି ଦେଶବାସୀ ଚାତକ ପରି ଚାହିଁ ରହିଥିବା ବେଳେ ପରିଶେଷରେ ଟିଭି ଓ ମୋବାଇଲ ମାଧ୍ୟମରେ ଦେଖିବାକୁ ସକ୍ଷମ ହୋଇଛନ୍ତି।ଏହି ଉପଲକ୍ଷେ ସାରା ଦେଶରେ ଦୀପାବଳି ପରି ଉତ୍ସବ ପାଳନ କରାଯାଇଛି। ବାଣପୁର ଓ ବାଲୁଗାଁ ଅଞ୍ଚଳରେ ଆଜି ଦେଖିବାକୁ ମିଳିଛି ଅପୂର୍ବ ଦୃଶ୍ୟ। ଉଭୟ ସହର ଏବଂ ଗ୍ରାମାଞ୍ଚଳରେ ରାମ ଭକ୍ତମାନେ ବହୁ ଆଡମ୍ବର ସହକାରେ ପାଳନ କରିଥିଲେ ଉକ୍ତ ଉତ୍ସବ।ବାଣପୁରର ରଘୁନାଥ ଦେବ, ରଙ୍କନାଥ ଦେବ, ଦାଶରଥିପୁର, ଭେଟେଶ୍ୱର, ମଙ୍ଗରାଜପୁର, ଗମେଇ, ଗୋଡ଼ିଝର, ସାନ ହନ୍ତୁଆଡ଼, ରାଣୀପଡ଼ା ଆଦି ପ୍ରମୁଖ ଅଞ୍ଚଳରେ ଆଡମ୍ବର ସହକାରେ ପାଳନ ହୋଇଛି ଶ୍ରୀ ରାମ ପ୍ରାଣ ପ୍ରତିଷ୍ଠା ଉତ୍ସବ। ବାଣପୁର ବଜାରରେ ଏକାଧିକ ଧାର୍ମିକ ଓ ସାମାଜିକ ସଂଗଠନ ପକ୍ଷରୁ ଶ୍ରୀ ରାମଙ୍କ ବିଗ୍ରହ ଓ ହନୁମାନଙ୍କ ପତାକା ସହ ନଗର ପରିକ୍ରମା କରାଯାଇଥିଲା। ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ଏବଂ ରଘୁନାଥ ଦେବ କମିଟି ପକ୍ଷରୁ ଉଭୟ ରଙ୍କନାଥ ଏବଂ ରଘୁନାଥ ଦେବଙ୍କ ପିଠରେ ଦିନ ତମାମ ପୂଜାର୍ଚ୍ଚନା, ସୁନ୍ଦରାକାଣ୍ଡ ପଠନ, ହନୁମାନ ଚାଳିଶା ପଠନ, ହୋମ ଆଦି ଜାରି ରହିଥିଲା।ଅନୁରୂପ ଭାବେ ବାଲୁଗାଁ ସହରଠୁ ନେଇ ଚିଲିକା ବ୍ଲକର ସବୁ ଗ୍ରାମାଞ୍ଚଳ ମଧ୍ୟ ଆଜି ଉତ୍ସବମୁଖର ହୋଇଉଠିଛି। ସବୁଠି ଗୈରିକ ପତାକା ଲାଗିଥିବାର ଦେଖିବାକୁ ମିଳିଥିଲା। ରାମଭକ୍ତ ମାନେ ଉଭୟ ବାଣପୁର ଓ ବାଲୁଗାଁରେ ଆତସବାଜି ଫୁଟାଇବା ସହ, ମିଷ୍ଟାନ ବଣ୍ଟନ କରିଥିଲେ ଏବଂ ସଂନ୍ଧ୍ୟାରେ ଉଭୟ ଅଂଚଳବାସି ନିଜ ନିଜ ଘରେ ଦୀପ ଲଗାଇ ଶ୍ରୀ ରାମଙ୍କୁ ବନ୍ଦନା କରିଥିଲେ।

0
0
0
s2sdefault