ହେଡଲାଇନସ୍:

ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି |

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

0
0
0
s2sdefault