ହେଡଲାଇନସ୍:

ଭଞ୍ଜନଗର ରେ ଜାତୀୟ ମତଦାତା ଦିବସ ପାଳିତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା}: ଭଞ୍ଜନଗର ଉପଖଣ୍ଡସ୍ତରୀୟ ୧୪ ତମ ଜାତୀୟ ମତଦାତା ଦିବସ ଆଜି ଗୁରୁବାର ୨୫ ତାରିଖ ଜାନୁୟାରୀ ମାସ ଦିନ ୧୧ ଘଣ୍ଟିକା ସମୟରେ ସ୍ଥାନୀୟ ଟାଉନ୍ ହଲ୍ ଠାରେ ପାଳିତ ହୋଇଯାଇଛି। ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନିଲ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଷ୍ଟ୍ର ଗଠନରେ ଭୋଟର(ମତଦାତା) ମାନଙ୍କ କର୍ତ୍ତବ୍ୟ ଓ ଭୁମିକା ବାବଦରେ ବକ୍ତବ୍ୟ ରଖିଥିଲେ।ଦେଶର ଗଣତାନ୍ତ୍ରିକ ପରମ୍ପରା ର ମର୍ଯ୍ୟାଦା ବଜାୟ ରଖିବା ତଥା ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନର ଗାରିମା କୁ ଅକ୍ଷୁର୍ଣ୍ଣ ରଖି ନିର୍ଭିକ ହୋଇ ଜାତି,ଧର୍ମ,ବର୍ଣ୍ଣ,ଗୋଷ୍ଠୀ ଭାଷା ଅଥବା ଅନ୍ୟ କୌଣସି ପ୍ରଲୋଭନରେ ପ୍ରଭାବିତ ନ ହୋଇ ନିର୍ବାଚନ ରେ ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସମସ୍ତେ ସଂକଲ୍ପ ନେଇଥିଲେ।

ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ବରଞ୍ଜନ କର,ଡେପୁଟି କଲେକ୍ଟର ଶ୍ରୀମତୀ ଦିପ୍ତିମୟୀ ପ୍ରଧାନ,ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ଭାରତୀ ଦେବୀ,ଭଞ୍ଜନଗର ତହସିଲଦାର ଶ୍ରୀ ଉମାଶଙ୍କର ବେହେରା,ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶୁଭେନ୍ଦୁ ରଞ୍ଜନ ରାୟ,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଶ୍ବାମିତ୍ର ହରପାଲ୍,ଉପଖଣ୍ଡ ସୁଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଗୌରୀଶଙ୍କର ଶତପଥୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ।ଏହି ଅବସରରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା ୧୨ ଜଣ ଶ୍ରେଷ୍ଠ ବି ଏଲ ଓ ଓ ସୁପରଭାଇଜଙ୍କୁ ପୁରସ୍କୃତ କରାଯାଇଥିଲା।ପରେ ପରେ କେତେକ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଆକର୍ଷଣୀୟ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ମହାବିଦ୍ୟାଳୟ ରୁ ଆସିଥିବା ଛାତ୍ରଛାତ୍ରୀ ଙ୍କ ସମେତ ଉପଜିଲ୍ଲାପାଳ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

0
0
0
s2sdefault