ହେଡଲାଇନସ୍:

ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ହେବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମଧ୍ୟ ବ୍ୟକ୍ତ କଲେ ଗଭୀର  ଶୋକ

ଭୁବନେଶ୍ଵର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି।

ସ୍ବର୍ଗତ ନାୟକଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ସେହିପରି  ସ୍ବାଧିନତା ସଂଗ୍ରାମୀ ଶ୍ରୀ ସମଲଙ୍କ ବିୟୋଗରେ ଉଚ୍ଚଶିକ୍ଷା, ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି l ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ଶ୍ରୀ ସାମଲଙ୍କ ନିଧନ ଖବର ପାଇ ଗଭୀର ମର୍ମାହତ I ରାଜ୍ୟ ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀଙ୍କୁ ହରାଇଲା I ୧୦୧ ବର୍ଷିୟ ଶ୍ରୀ ସାମଲ ଯାଜପୁର ଜିଲ୍ଲାର ବାଲିପଡିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ୧୯୪୨ ମସିହାରେ ସେ ଭାରତ ଛାଡ ଆନ୍ଦୋଳନରେ ଯୋଗ ଦେଇ ବଡଚଣଓ ପୋଲିସ ଷ୍ଟେସନ ଉପରେ ଆକ୍ରମଣ କରିଥିଲେ। ସେ ଖ୍ୟାତନାମା ସ୍ୱାଧୀନତା ସଂଗ୍ରାମୀ ବଡ଼ଚଣା ଗାନ୍ଧୀ ବୃନ୍ଦାବନ ତ୍ରିପାଠୀଙ୍କ ଘନିଷ୍ଠ ସହଯୋଗୀ ଥିଲେ। ତାଙ୍କୁ ବ୍ରିଟିଶମାନେ ୩ ବର୍ଷ ୬ ମାସ କଟକ ଜେଲରେ କାରାଗାରରେ ରଖିଥିଲେ। ମନ୍ତ୍ରୀ ଶ୍ରୀ ନାୟକ ତାଙ୍କୁ କଟକ ବଡ ଡାକ୍ତରଖାନରେ ସାକ୍ଷାତ କରିବା ସହିତ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଓ ଚିକିତ୍ସା ସମ୍ପର୍କରେ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ I ମନ୍ତ୍ରୀ ଶ୍ରୀ ନାୟକ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସ୍ଵର୍ଗତଃ ଆତ୍ମାର ସଦ୍ଗତି ପାଇଁ ଇଶ୍ଵରଙ୍କ ପାଖରେ ପ୍ରାର୍ଥନା କରିଛନ୍ତି ।

0
0
0
s2sdefault