ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୭/୦୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ୭୫ ତମ ଗଣତନ୍ତ୍ର ଦିବସ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ କେନ୍ଦ୍ରୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି ଯୋଗ ଦେଇ ପତ୍ତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ।ମୁଖ୍ୟ ଅତିଥି ତାଙ୍କ ଅଭିଭାଷଣରେ ଛାତ୍ରଛାତ୍ରୀ ଆଗାମୀ ଦିନର ଭବିଷ୍ୟତ ବୋଲି କହିବା ସହ ଉତ୍ତରତୋର କାମନା କରି ଦେଶ,ରାଜ୍ୟ ଓ ନିଜ ଅଞ୍ଚଳ ର ନା ରଖିବା ପାଇଁ କହିଥିଲେ। ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ଭାଗ ନେଇଥିବା ପ୍ୟାରେଡ ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର କନିଷ୍ଠ ବର୍ଗ ଶ୍ରେଷ୍ଟ ପ୍ୟାରେଡ ଗ୍ରୁପ ଭାବେ ପୁରସ୍କୃତ ହୋଇଥିବା ବେଳେ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପ୍ୟାରେଡ ଗ୍ରୁପ ଦ୍ଵିତୀୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ବରିଷ୍ଠ ବର୍ଗ ଗ୍ରୁପ ତୃତୀୟ ସ୍ଥାନ ହାସଲ କରି ପୁରସ୍କୃତ ହୋଇଥିଲେ। ପ୍ୟାରେଡ ର ଶ୍ରେଷ୍ଠ କମାଣ୍ଡର ଭାବେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ସ୍ୱାଗତିକା ଚୌଧୁରୀ ଙ୍କୁ ପୁରସ୍କୃତ କରାଯାଇଥିଲା। ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଶେଷରେ ବିଭିନ୍ନ ବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସାଂସଦ ଙ୍କ ପ୍ରତିନିଧି ଏମ ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ,ବିଡ଼ିଓ ଶରତ ମାଝୀ, ତହସିଲଦାର ସଦାଶିବ ଭତରା,ଥାନା ଅଧିକାରୀ ସୁନିଲ ପ୍ରଧାନ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ,ବ୍ଲକ କଂଗ୍ରେସ ସଭାପତି ଜି ସାଇ ରାଜୁ,ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର ମିଶ୍ର, ବିଶିଷ୍ଟ ଶିକ୍ଷାବିତ୍ ନିତ୍ୟାନନ୍ଦ ମହାନ୍ତି, ଅଜୟ ବଲ୍ଲଭ ପଣ୍ଡା, ଲକ୍ଷ୍ମୀକାନ୍ତ ରଥ, ତଥା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଭାସ ଚନ୍ଦ୍ର ରାୟ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନା ରେ କ୍ରୀଡା ଶିକ୍ଷକ ହେମନ୍ତ ସାମଲ, ଶିକ୍ଷକ ବିଶ୍ୱେସ ତ୍ରିପାଠୀ ଓ ବଲ୍ଲଭ ନାରାୟଣ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ। ସେହିପରି ଡାବୁଗାଁ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଥାନା,ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ, ସରସ୍ଵତୀ ଶିଶୁ ମନ୍ଦିର, ବିଘ୍ନେଶ୍ୱରାୟ ଯୁବକ ସଂଘ ,ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ ହୋଇଥିଲା।
ରାଜ୍ୟ
ଡାବୁଗାଁ ରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ
- Hits: 335







