ହେଡଲାଇନସ୍:

ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଲୋକନାଥ ଭୋଇ ଙ୍କ ସଭାପତିତ୍ବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ଓ ଛାତ୍ରମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ( ଇଂରାଜୀ) ଓ ଶ୍ରୀ ସୁରେନ୍ଦ୍ର କୁମାର ସାହୁ (ଓଡ଼ିଆ ସାହିତ୍ୟ) ଜିଲ୍ଲା ସ୍ତରୀୟ ଓ ଆୟୁଷ ପ୍ରଧାନ (ମେଲଛାମୁଣ୍ଡା ଉଚ୍ଚ ବିଦ୍ୟାଳୟ) ଙ୍କୁ ଯଥାକ୍ରମେ ମୁଖ୍ୟମନ୍ତ୍ରୀ ଶିକ୍ଷାପୁରସ୍କାର ଓ ଛାତ୍ରବୃତ୍ତି ନିମନ୍ତେ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ। ଏହି ସଭାରେ ବାଳିକା ଉଚ୍ଚବିଦ୍ୟାଳୟ ର ପ୍ରଧାନଶିକ୍ଷୟତ୍ରୀ ଶ୍ରୀଯୁକ୍ତ ଚୂଡ଼ାମଣି ବାରିକ, ସହ ବ୍ଲକଶିକ୍ଷାଧିକରୀ ଶ୍ରୀ ଶିବ ପ୍ରସାଦ ଯୋଶୀ ଓ ଶ୍ରୀ ରାମ ସିଂ ଭୋଇ ଏବଂ ସି ଆର ସି ସି ଶ୍ରୀ ଶେଷଦେବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

0
0
0
s2sdefault