ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ସକାଳ ଘ.୮.୩୦ ମି. ସମୟରେ ସହରରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଗୁଡିକରେ ଜିଲ୍ଲା ପ୍ରଶାସନ ତରଫରୁ ପୁଷ୍ପ ମାଲ୍ୟାର୍ପଣ କରଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି.ତିରୁପତି ରାଓ , ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ , ଜିଲ୍ଲା ବନ ଖଣ୍ଡ ଅଧିକାରୀ ଶ୍ରୀ ଏସ୍.ଆନନ୍ଦ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ରାଜେନ୍ଦ୍ର ମିଞ୍ଜ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ , ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମରେ କଳା , ସାହିତ୍ୟ। , ଗାଳ୍ପିକ , ଐତିହାସିକ ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ସହରର ବିଶିଷ୍ଠ ତଥା ଗୌର ଚନ୍ଦ୍ର ପଣ୍ଡା , ଗୋପାଳ ଚନ୍ଦ୍ର ଶତପଥୀ , ବିଚିତ୍ରାନନ୍ଦ ବେବର୍ତ୍ତା , ବିନୋଦ ଚନ୍ଦ୍ର ଜେନା , ଶ୍ରୀମତୀ ଆଶାଲତା ପାଣିଗ୍ରାହୀ , ସଚ୍ଛିଦାନନ୍ଦ ସାମଲ , ମୁରୁଲୀଧର ପରିଚ୍ଛା , ଲକ୍ଷ୍ମନୃସିଂହ ରଥ ଓ ପୂର୍ଣ୍ଣ ଚନ୍ଦ୍ର ରଥ ଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ମାନିତ କରାଯାଇଥିଲା। ପୂର୍ବାହ୍ନ ୧୧.ଘଟିକା ସମୟରେ "ବନ୍ଦେ ଉତ୍କଳ ଜନନୀ " ସଙ୍ଗୀତ ଗାନ କରଯାଇଥିଲା। ଜନତା ମଇଦାନ ଭୁବନେଶ୍ଵର ଠାରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍ଘାଟିତ କାର୍ଯ୍ୟକ୍ରମକୁ ସିଧା ପ୍ରସାରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଉପଲେକ୍ଷେ ଓଡ଼ିଆ ଦସ୍ତଖତ ଅଭିଯାନ କରଯାଇଥିଲା।
ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ , ପୌର ପରିଷଦ କର୍ମଚାରୀ , ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା , ସହରର ବୁଦ୍ଧିଜୀବି ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।
ରାଜ୍ୟ
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ
- Hits: 253







