ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିକାଶମୂଳକ ପଦକ୍ଷେପ - ଅତିଥି l
(ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ସୁକରପଡା ଗ୍ରାମ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପଞ୍ଚାୟତ ସ୍ତରୀୟ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ସରପଞ୍ଚ ମନୋଜ କୁମାର ମଲିକଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧକ୍ଷା ରୋଜି ସେଠି, ଉପାଧକ୍ଷ ଅଶୋକ କୁମାର ଓଝା ଯୋଗଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକର କାର୍ଯ୍ୟ ଓ ରାଜ୍ୟବାସୀଙ୍କ ପାଇଁ ସରକାର କରିଥିବା ସମସ୍ତ ପ୍ରକାର ଉନ୍ନୟନମୂଳକ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଇଥିଲେ l ପଞ୍ଚାୟତର ଵିକାଶ ପାଇଁ ପଞ୍ଚାୟତବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମାହାଙ୍ଗା ବିଧାୟକ ପ୍ରତାପ ଜେନା ଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ବିଜେଡି ସଭାପତି ରମାକାନ୍ତ ମହାନ୍ତି,ଜିଲ୍ଲା ପରିଷଦ ସଭ୍ୟା ଜସ୍ମିତା ସେଠି, ସମାଜସେବୀ ଜ୍ୟୋତିପ୍ରକାଶ ସ୍ୱାଇଁ, ମୃତ୍ୟୁଞ୍ଜୟ ସ୍ୱାଇଁ, ଯୁବନେତା ସେକ କଲାମୁଦିନ ଖାନ, ସମିତିସଭ୍ୟା ଅନ୍ନପୂର୍ଣ୍ଣା ମଲିକ, ପ୍ରଧାନଶିକ୍ଷକ ସୌଭାଗ୍ୟ ବରାଳ, ସୁକରପଡା ସମବାୟ ସମିତି ସଭାପତି ସେକ ସଲାଉଦ୍ଦିନ, ଅବଦୁଲ ମିର୍ଜା ବେଗ, ସମାଜସେବୀ ରାଜେଶ କୁମାର ଜେନା, ଶିକ୍ଷାବିତ ମହମଦ ଆଲିମଙ୍କ ସମେତ ବହୁ ବିଜୁ ଜନତା ଦଳ ନେତୃବୃନ୍ଦ, ୱାର୍ଡମେମ୍ବର, ଗ୍ରାମବାସୀ, ଏସଏଚଜି ମହିଳା ମାନେ ଯୋଗଦାନ କରିଥିଲେ l ଏହି ଅବସରରେ ଆଖ ପାଖ ଅଞ୍ଚଳର ବହୁ କୃତୀ ଛାତ୍ର ଛାତ୍ରୀ ଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା ବେଳେ ବରିଷ୍ଟ ନାଗରିକ ଏବଂ କଳାକାର ମାନଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା l







