(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ଓରତି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପଞ୍ଚାୟତରେ ହୋଇଥିବା ବିକାଶ କାର୍ଯ୍ୟର ପୁସ୍ତିକା ବଣ୍ଟନ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ବିଭିନ୍ନ ଜନହିତକର ଯୋଜନା ସଂକ୍ରାନ୍ତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପରିଷଦ ସଭ୍ୟ ଭୂପତିଭୂଷଣ ଷଣ୍ଢ ଙ୍କ ସଂଯୋଜନା ଓ ସରପଞ୍ଚ ସରୋଜିନୀ ବେହେରାଙ୍କ ସଭାପତିତ୍ୱରେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନା ଯୋଗ ଦେଇ ବିଜେଡ଼ିର ବିକାଶମୂଳକ କାର୍ଯ୍ୟକ୍ରମ ଓ ସୁଶାସନ ସମ୍ପର୍କରେ ଜନସାଧାରଣ ଙ୍କୁ ସଚେତନ କରିଥିଲେ । ଏଥିରେ ଅନ୍ୟତମ ଅତିଥି ଭାବେ ବିଡ଼ିଓ ଧର୍ମରଂଜନ ପଣ୍ଡା, ବ୍ଲକ କୃଷି ଅଧିକାରୀ ସିଦ୍ଧାର୍ଥସାରଥୀ ପରିଡ଼ା, ବ୍ଳକ ଅଧ୍ୟକ୍ଷା ରୋଜି ସେଠୀ, ଉପାଧ୍ୟକ୍ଷ ଅଶୋକ କୁମାର ଓଝା, ପ୍ରାକ୍ତନ ଅଧ୍ୟକ୍ଷ ଗିରିଶରଂଜନ ମହାପାତ୍ର, ବ୍ଲକ ବିଜେଡି ସଭାପତି ରମାକାନ୍ତ ମହାନ୍ତି, ଜୋନ୍ ସଭାପତି ଜ୍ୟୋତିପ୍ରକାଶ ସାଇଁ, ଅଭିରାମ ବିଶ୍ଵାଳ, ଯୁବନେତା ମନୋଜ ସେଠୀ, ନାଏବ ସରପଞ୍ଚ ରମେଶ ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ପଞ୍ଚାୟତର ଵିକାଶ ପାଇଁ ପଞ୍ଚାୟତବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ପ୍ରତାପ ଜେନା ଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ l ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟଅତିଥି ବିଧାୟକ ଶ୍ରୀ ଜେନା ବିଦ୍ୟାଳୟ ର କୃତୀ ଛାତ୍ର ଛାତ୍ରୀ ଙ୍କୁ ଟ୍ରଫି ପ୍ରଦାନ ପୂର୍ବକ ପୁରସ୍କାର ବିତରଣ କରିବା ସହିତ ସ୍ଥାନୀୟ ଅଞ୍ଚଳର ବହୁ ବରିଷ୍ଟ ନାଗରିକ, କଳାକାର, ଆଶା ଅଙ୍ଗନବାଡି କର୍ମୀ ମାନଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ l
ରାଜ୍ୟ
ଓରତି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l
- Hits: 222







