ହେଡଲାଇନସ୍:

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜଗତସିଂହପୁର,ତା-04.02.2024/ସୁମନ୍ତ କୁମାର ଦାସ:ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଅଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଓ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଉପାଧ୍ୟାକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ପୌର ପରିଷଦ ମୁଖ୍ୟ ସହାୟକ,ଦୀପକ ପଟ୍ଟନାୟକ, ଆଇନଜୀବି ନରେଶ ଦାସ,ପୌର କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ମଧୁବାବୁ ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

0
0
0
s2sdefault