ହେଡଲାଇନସ୍:

ବାସୁଦେବପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ବାସୁଦେବପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରବି ନାରାୟଣ ଗୌଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷୀକେଶ ବିଶ୍ୱାଳ,ମୁଖ୍ୟ ବକ୍ତା ଭାବେ ଖଇରପୁଟି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ମିଶ୍ର, ସମ୍ମାନିତ ଅତିଥି ରୂପେ ଓଳମ୍ବା ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିଶିର କୁମାର ମହାନ୍ତି,ବେଲଗୁଣ୍ଠା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ପରିଡ଼ା ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିବା ସହିତ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ବିଦ୍ୟାଳୟର ଶିକ୍ଷୟିତ୍ରୀ ଲିଲି ନାୟକ, ସୁପ୍ତି ମିଶ୍ର,ଶିକ୍ଷକ ଅଶୋକ କୁମାର ଶତପଥୀ,କର୍ମଚାରୀ ଶିଶିର କୁମାର ସାହୁ,
ନାରାୟଣ ସାହୁ,ଜିତେନ୍ଦ୍ର କୁମାର ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଶିକ୍ଷକ ଅରୁଣ କୁମାର ବେହେରା ଧନ୍ୟବାଦ ଜ୍ଞାପନ କରିଥିଲେ I

0
0
0
s2sdefault