ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୯/୦୨/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି। ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଶଶାଙ୍କ ଶେଖର ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ନବରଙ୍ଗପୁର ମହାବିଦ୍ୟାଳୟ ର ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ବିଜୟ କୁମାର ମିଶ୍ର ଯୋଗ ଦେଇଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ, ସାଂସଦ ଙ୍କ ପ୍ରତିନିଧି ଏମ ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର ପ୍ରମୁଖ ମଞ୍ଚାଶିନ ଥିଲେ। ମୁଖ୍ୟ ବକ୍ତା ପ୍ରଫେସର ବିଜୟ କୁମାର ମିଶ୍ର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା କୁ ଲୋକ ଲୋଚନ କୁ ଆଣିବା ପାଇଁ ପ୍ରୟାସ କରିଥିବା କହିଥିଲେ। ସାମାଜିକ ସେବା, କ୍ରୀଡା ଓ ନିଜ ଭିତରେ ଥିବା ସାଂସ୍କୃତିକ ପ୍ରତିଭା ଦ୍ଵାରା ସମାଜ ରେ ପରିଚିତ ହେବା ସହ ସେହି ମାଧ୍ୟମରେ ପାଠ ପଢାରେ ଉତ୍ସାହିତ ହୋଇ ପାରିବେ ବୋଲି କହିଥିଲେ। ମୁଖ୍ୟ ଅତିଥି ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ସମାଜ ଗଠନ ରେ ଯୁବ ଶକ୍ତି ଆଗେଇ ଆସି ନୂଆ ଓଡ଼ିଶା ଗଠନ କରିବା ଦିଗରେ ସହାୟକ ହେବାକୁ କହିଥିଲେ। ଏହି ଅବସରରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ର ସଂଯୋଜକ ତଥା ଅଧ୍ୟାପକ ରମେଶ ଚନ୍ଦ୍ର ନାହାକ ଙ୍କ ଦ୍ଵାରା ୧୦ ହଜାର ବର୍ଷ ର କ୍ୟାଲେଣ୍ଡର ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚନ ହୋଇଥିଲା। ପୂର୍ବରୁ ଆୟୋଜିତ କ୍ରୀଡା,ସାଂସ୍କୃତିକ ଓ ସାମାଜିକ କ୍ଷେତ୍ରରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଡିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟାପିକା ଚନ୍ଦନା ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଭୈରବ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।
ରାଜ୍ୟ
ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ
- Hits: 217







