ହେଡଲାଇନସ୍:

ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତରେ ଶୋକଵ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : ବିଶିଷ୍ଟ ରାଜନୀତିଜ୍ଞ ତଥା ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତରେ ଶୋକଵ୍ୟକ୍ତ କରିଛନ୍ତି କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ | ଶ୍ରୀ ପ୍ରଧାନ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ " ବିଶିଷ୍ଟ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା । ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।"

0
0
0
s2sdefault