ହେଡଲାଇନସ୍:

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସଡକ ଦୁର୍ଘଟଣାରେ 2 ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ


ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ 2 ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି |ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି |

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

0
0
0
s2sdefault