ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ପଂଚାୟତ ଅନ୍ତର୍ଗତ ବୋରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଚଳିତ ବର୍ଷର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଗାଙ୍ଗପୁର ଶାଖା ପରିଚାଳକ ଦେବାନନ୍ଦ ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରତିଭା କୁମାରୀ ରଥ ଏବଂ ତନରଡା ଆର୍ଯ୍ୟକନ୍ୟା ଗୁରୁକୂଳର ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ଉତ୍ସବର ମହତ୍ତ୍ୱ ସମ୍ପର୍କରେ ଜ୍ଞାନ ପ୍ରଦାନ କରିଥିଲେ I ସେହିପରି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ସ୍ଥାନୀୟ ସିଆରସିସି ମୃତ୍ୟୁଞ୍ଜୟ ପଣ୍ଡା, ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ,ଅବସରପ୍ରାପ୍ତ ଶିକ୍ଷକ ଭାସ୍କର ବିଷୋୟୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବାଳକୃଷ୍ଣ ସାବତ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରବୀନ୍ଦ୍ର ବିଷୋୟୀ, ପୂର୍ବତନ ବିଦ୍ୟାଳୟ ପରିଚାଳନା କମିଟି ସଭାପତି କେଦାର ଚନ୍ଦ୍ର ବିଷୋୟୀ,ନିତ୍ୟାନନ୍ଦ ବିଷୋୟୀ ପ୍ରମୂଖ ମଞ୍ଚାସୀନ ରହି ବିଦ୍ୟାଳୟରେ ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଶିକ୍ଷକ ରାମଚନ୍ଦ୍ର ବେହେରା ଏବଂ ପ୍ରମୋଦ କୁମାର ସାହୁଙ୍କ ମିଳିତ ମଞ୍ଚ ସଂଯୋଜନାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଅତିଥି, ଅଭିଭାବକ ଏବଂ ଦର୍ଶକଙ୍କ ମନ କିଣି ନେଇଥିଲା I କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ନାୟକ,ମନୋରଞ୍ଜନ ବିଷୋୟୀ,ଭୀଷ୍ମ ପ୍ରଧାନ, ଅଭୟ କୁମାର ପୃଷ୍ଟି,ଲକ୍ଷ୍ମୀଧର ଗୌଡ଼ ନଙ୍ଗାରାମ ହାଁସଦା,ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ପାଢୀ,ସୁନିତା ଦାସଙ୍କ ସମେତ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଶିକ୍ଷୟିତ୍ରୀ ଲିପି ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ I
ରାଜ୍ୟ
ବୋରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ
- Hits: 295







