ହେଡଲାଇନସ୍:

ବିଜେଡ଼ିରେ ଯୋଗଦେଲେ ମୋହନା ନିର୍ବାଚନ ମଣ୍ଡଳୀର କଂଗ୍ରେସ ଓ ବିଜେପି ନେତା

User Rating: 4 / 5

Star ActiveStar ActiveStar ActiveStar ActiveStar Inactive
 

ଭୁବନେଶ୍ୱର, ୦୨/୦୪/୨୦୨୪:ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଦଳରେ ସାମିଲ୍ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସକର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ନାୟକ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ମୋହନା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ ଓ ଡ ପାତ୍ର କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ହୋଇଥିବା ବିଜେପି ଓ କଂଗ୍ରେସ ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।
ଏହି ମିଶ୍ରଣ ପର୍ବରେ ଜିଲ୍ଲା ସଭାପତି ଜଗବନ୍ଧୁ ଦାସ, ରୁତୁରାଜ ସାହୁ, ନୂଆଗଡ଼ ବ୍ଲକ କଂଗ୍ରେସ ଜିଲ୍ଲା ପରିଷଦ ସଦସ୍ୟ ରାଜୀବ ଦୋରା, ନୂଆଗଡ଼ ବ୍ଲକଉ ପାଧ୍ୟକ୍ଷ ନିହିମିଆ ରାଇତା, ପୂର୍ବତନ ସରପଞ୍ଚ ଜୟସେନ ଦୋରା, ନାଏବ ସରପଞ୍ଚ ଯୋଶେଫ ଗମାଙ୍ଗ, ୱାଡର଼୍ମେମ୍ବର ଅସୀମା ଗମାଙ୍ଗ, ପ୍ରଶାତ ମଣ୍ଡଳ, ସୁରତା ରାଇତା, ପିତାମ୍ବର ନାୟକ, ରାଜେନ୍ଦ୍ର ଦଳବେହେରା, ରାଜେଶ ମଣ୍ଡଳ, ମଧୁ ମଣ୍ଡଳ, ସରପଞ୍ଚ ଉଦୀପା ମଣ୍ଡଳ, ର୍ପୂବତନ ବିଜେପି ଜିଲ୍ଲାପରିଷଦ ସଦସ୍ୟା ନନ୍ଦିନୀ ସାମଲ, ବିଜେପି ନେତା ହରିଚନ୍ଦ୍ର ବୁମଲା, ପ୍ରଫୁଲ୍ଲ କୁମାର ରାଇତା, ଲବାଗୋ ଦଳାଇ, ଆୟୁଷ୍ମାନ ପରିଛା, ପୂର୍ବତନ ସରପଞ୍ଚ ତାରଣୀ ନାୟକ, ବିଜେପି କର୍ମୀ ମୋହନା ଗୌଡ଼ଙ୍କ ସହ ଶତାଧି କବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣକ ରିଥିଲେ ।

0
0
0
s2sdefault