ହେଡଲାଇନସ୍:

ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାରିପଦା(ଦିଲ୍ଲୀପ ମହାନ୍ତି)-ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଶିମିଳିପାଳ ଅଭୟାରଣ୍ୟ ୦୧/୧୧/୨୦୧୮ ଗୁରୁବାରଠାରୁ ପର୍ଯ୍ୟଟକମାନଙ୍କ ନିମନ୍ତେ ଖୋଲିବା ପରେ ପ୍ରଥମ ଦିନରେ ପିଠାବଟା ରେଞ୍ଜର ଲୁଲୁଙ୍ଗ ଫାଟକ ମଧ୍ୟଦେଇ ୮ଟି ୪ ଚକିଆ ଯାନରେ ୪୫ ଜଣ ପର୍ଯ୍ୟଟକ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିଥିବା ସମୟରେ ଯଶୀପୁରର କାଳିଆଣି ଫାଟକ ଦେଇ ୮ଟି ୪ ଚକିଆ ଯାନରେ ୫୨ ଜଣ ଏହି ପରି ମୋଟ ୧୩ଟି ଯାନରେ ୯୭ରୁ ଅଧିକ ପର୍ଯ୍ୟଟକ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିଛନ୍ତି ଏବଂ ପର୍ଯ୍ୟଟକମାନଙ୍କୁ ପିଠାବଟା ପ୍ରବେଶ ପଥରେ ଆଞ୍ଚଳିକ ବନସଂରକ୍ଷକ ଅରୁଣ କୁମାର ବିଶ୍ୱାଳ, ପିଠାବଟା ରେଞ୍ଜର ଉଗ୍ରସେନ ଜେନା ଓ ଫରେଷ୍ଟ କର୍ମଚାରୀମାନେ ଉପସ୍ଥିତ ରହି ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିଥିବା ପର୍ଯ୍ୟଟକମାନଙ୍କ ମଧ୍ୟରେ ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟର ରେଜିଷ୍ଟର ରହିଛନ୍ତି ଏବଂ ଅଣୟାରଣ୍ୟର କୁଅାଁରୀଠାରେ ୫ ଜଣ ପର୍ଯ୍ୟଟକ ରାତ୍ରୀ ଯାପନ କରିବାର ସୂଚନା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ।

ସେହିପରି ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ପର୍ଯ୍ୟଟକମାନଙ୍କ ପ୍ରବେଶ ନିମନ୍ତେ ବାରିପଦା ଓ ଯଶୀପୁର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟରୁ ଅନୁମତି ମିଳିପାରିବ । ପ୍ରତ୍ୟେକ ଦିନ ପିଠାବଟା ରେଞ୍ଜର ଲୁଲୁଙ୍ଗ ଫାଟକ ଦେଇ ୨୫ ଗୋଟି ଓ ଯଶୀପୁର ଫାଟକ ମଧ୍ୟଦେଇ ୩୫ ଗୋଟି ଚାରିଚକିଆ ଯାନ ପ୍ରବେଶ ନିମନ୍ତେ ସର୍ବପ୍ରଥମେ ଆସିଥିବା ଯାନଗୁଡ଼ିକ ମଧ୍ୟରୁ କ୍ରମାନ୍ୱୟକ୍ରମେ ଅନୁମିତି ମିଳିପାରିବ । ଅଭୟାରଣ୍ୟକୁ ସ୍ୱଚ୍ଛ ନିର୍ମଳ ରଖିବା ଲକ୍ଷ ନେଇ ପର୍ଯ୍ୟଟକମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଶ ଆଦି ନେବା ଉପରେ କଟକଣା ଜାରି କରାଯାଇଅଛି । ଚଳିତ ବର୍ଷ ଅଭୟାରଣ୍ୟ ମଧ୍ୟରେ ପର୍ଯ୍ୟଟକମାନଙ୍କର ରାତ୍ରି ରହଣି ନିମନ୍ତେ ବଫର ଏରିଆର ଜାମୁଆଣି ଆଦି ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ବ୍ୟବସ୍ଥା ଯୋଗାଇ ଦିଆ ଯାଉଥିବା ବେଳେ କୁଆଁରୀଗାଁ ନିକଟରେ ବାଉଁଶରେ ନିର୍ମିତ କଟେଜର ବ୍ୟବସ୍ଥା କରାଯାଇଅଛି ଏବଂ ପର୍ଯ୍ୟଟକମାନଙ୍କୁ ସେମାନଙ୍କ ନିମନ୍ତେ ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିତି ନିୟମଗୁଡ଼ିକୁ ପାଳନ କରିବା ସଂଗେ ସଂଗେ ପ୍ରବେଶ ସମୟରେ ପ୍ରତ୍ୟେକ ଯାନରେ ଜଣେ ଲେଖାଏଁ ଗାଇଡ଼କୁ ସାଥୀରେ ନେବା ବାଧ୍ୟତା ମୂଳକ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ କାର୍ଯ୍ୟାଳୟର କ୍ଷେତ୍ର ନିଦେ୍ର୍ଧଶକ ତଥା ଆଞ୍ଚଳିକ ବନ ମୁଖ୍ୟ ସୂଚନା ପ୍ରଦାନ କରିଛନ୍ତି ।

0
0
0
s2sdefault