ବିଜେପିରେ ସାମିଲ ହେଲେ ବିଜେଡିର ପୂର୍ବତନ ରାଜ୍ୟ ଯୁବ ସାଧାରଣ ସମ୍ପାଦକ ଚିତରଞ୍ଜନ ଦାସ
ଭୁବନେଶ୍ୱର, ତା.୦୫/୦୫: ଉତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେଡି ଛାଡି ବିଜେପିରେ ଯୋଗ ଦେଲେ । ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିର ପୂର୍ବତନ ରାଜ୍ୟ ଯୁବ ସାଧାରଣ ସମ୍ପାଦକ, ଯୁବ ମହାସଂଘର ଉପସଭାପତି ଚିତରଞ୍ଜନ ଦାସ ନିଜ ଶତାଧିକ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଶ୍ରୀ ଦାସଙ୍କ ସହ ରାଜ୍ୟ ଯୁବ ସାଧାରଣ ସମ୍ପାଦକ ଦୀପକ କୁମାର ସାମନ୍ତରାୟ, ରଙ୍ଗମାଠିଆର ବସନ୍ତ ପରିଡା, ନିହାଲ ଜେନା, ସମ୍ବିତ ପାତ୍ର, ଦେବାଶିଷ ସାମଲ, ରାଜକିଶୋର ସ୍ୱାଇଁ, ରାହସ ବେହେରା, ବିଶ୍ୱଜିତ୍ ସ୍ୱାଇଁ, ଜ୍ୟୋତିରଞ୍ଜନ ନାୟକ, ଗୁଡୁ ମହାନ୍ତି, ସ୍ୱରୂପ ପ୍ରଧାନ, ସୁରେଶ ସାହୁ ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି ।
ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲସିଂ ତୋମାର ନୂତନ ସଦସ୍ୟଙ୍କୁ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଥିଲେ । ପାର୍ଟୀରେ ସାମିଲ ହୋଇଥିବା ନୂତନ ସଦସ୍ୟଙ୍କୁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରାଇ ଶ୍ରୀ ସାମଲ ସଦସ୍ୟତା କରାଇଥିଲେ ।
ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଦିଲୀପ ମଲ୍ଲିକ, ଉତର ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।