ଗାଈ ମାଲିକଙ୍କୁ ୩୦ ହଜାର, ବଳଦ ମାଲିକଙ୍କୁ ୨୫ ହଜାର ଓ ବାଛୁରୀ ମାଲିକଙ୍କୁ ୧୬ ହଜାର ଟଙ୍କା ସହାୟତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁ ରେ ବିଦ୍ୟୁତ୍ ଆଘାତରେ ୬ ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ଘଟଣା

  • ମାଲିକଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

  • ୬ ଜଣ ମାଲିକ ୧,୪୭,୦୦୦ ଟଙ୍କା ସହାୟତା ପାଇବେ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁ ରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି।

ଏହି ଘଟଣାରେ ଗୋ ସମ୍ପଦର ମାଲିକ ମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଟି.ପି.ସି.ଓ.ଡି.ଏଲ କୁ ସହାୟତା ଦେବାକୁ ଆଦେଶ ଦେଇଛନ୍ତି।

ଓ. ଇ.ଆର୍.ସି ର ନିୟମ ଅନୁଯାୟୀ ଏହି ପ୍ରାଣୀ ମାନଙ୍କ ମାଲିକ ମାନଙ୍କୁ କ୍ଷତିପୂରଣ ମିଳିବା ଆବଶ୍ୟକ। ଏହି ନିୟମ ଅନୁଯାୟୀ, ଗାଈ ମାଲିକଙ୍କୁ ୩୦ ହଜାର, ବଳଦ ମାଲିକଙ୍କୁ ୨୫ ହଜାର ଓ ବାଛୁରୀ ମାଲିକଙ୍କୁ ୧୬ ହଜାର ଟଙ୍କା ସହାୟତା ମିଳିବା ଆବଶ୍ୟକ। ଏହି ୬ ଟି ପ୍ରାଣୀଙ୍କ ୬ ଜଣ ମାଲିକ ସମୁଦାୟ ୧,୪୭,୦୦୦ ଟଙ୍କା ସହାୟତା ପାଇବେ।

0
0
0
s2sdefault