ହେଡଲାଇନସ୍:

ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ: ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ୧୦୦ ଦିନ ଭିତରେ କାର୍ଯ୍ୟାନ୍ୱୟନ ପ୍ରକଳ୍ପଗୁଡ଼ିକର ସମୀକ୍ଷା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  •  ପରବର୍ତ୍ତୀ ୧୦୦ ଦିନ ମଧ୍ୟରେ କାର୍ଯ୍ୟାନ୍ୱୟନ କରାଯିବାକୁ ଥିବା ପ୍ରକଳ୍ପ ଚିହ୍ନଟ ଓ ସମୀକ୍ଷା

  •  ନିର୍ମାଣ କାର୍ଯ୍ୟର ଗୁଣବତ୍ତା/ମାନ ଉପରେ ଗୁରୁତ୍ୱ ଦେବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛିା ଗ୍ରାମ୍ୟ ଉନ୍ନୟନ ବିଭାଗର ଓସ୍ୱାନ୍ ହଲ୍ରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଶ୍ରୀ ସିଂହ ରାଜ୍ୟର ସମସ୍ତ ଗ୍ରାମ୍ୟ ଉନ୍ନୟନ ଡିଭିଜନ୍ର କାର୍ଯ୍ୟର ସମୀକ୍ଷା କରିଥିଲୋ ସମସ୍ତ ସର୍କଲ ଓ ଡିଭିଜନ୍ର ବିଭାଗୀୟ ଅଧିକାରୀମାନେ ଆଭାସି ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ସାମିଲ ହୋଇ ନିର୍ମାଣାଧିନ ଥିବା ସମସ୍ତ ପ୍ରକଳ୍ପର ସ୍ଥିତି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଦିଗଗୁଡ଼ିକ ବିଷୟରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲୋ
ସମୀକ୍ଷା ବୈଠକରେ ପ୍ରାରମ୍ଭରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ୧୦୦ ଦିନ ମଧ୍ୟରେ କାର୍ଯ୍ୟନ୍ୱୟନ ପ୍ରକଳ୍ପର ସମୀକ୍ଷା କରିଥିଲୋ ଉକ୍ତ ପ୍ରକଳ୍ପଗୁଡ଼ିକର ସ୍ଥିତି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଦିଗଗୁଡ଼ିକର ସମୀକ୍ଷା କରାଯାଇଥିଲାା ଏହା ପାରେ ଆଗାମୀ ୧୦୦ ଦିନ ମଧ୍ୟରେ କେଉଁ ସମସ୍ତ ପ୍ରକଳ୍ପର କାର୍ଯ୍ୟାନ୍ୱୟନ ହେବ ସେ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲାା ଉକ୍ତ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ସିଂହ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲୋ

Imageଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରତିଟି ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବା ସହ ନିର୍ମାଣର ଗୁଣବତ୍ତା ଉପରେ ଗୁରୁତ୍ୱ ଦେବା ପାଇଁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲୋ
ଏଥି ସହିତ ଶତପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ବାକି ରହିଥିବା ଟେଣ୍ଡର ପ୍ରକ୍ରିୟା ଯଦି କିଛି ରହିଥାଏ ତା'କୁ ଶେଷ କରିବାକୁ କହିଥିଲୋ ସେହିପରି ବିଜୁ ସେତୁ ଯୋଜନା ଅଧିନରେ ବିଭିନ୍ନ ଜିଲ୍ଲାରେ ଚାଲୁ ରହିଥିବା ପ୍ରକଳ୍ପଗୁଡିକର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିବା ସହ ଆପ୍ରୋଚ ରୋଡଗୁଡିକୁ ଯଥା ସମୟରେ ସାରିବାକୁ ବୈଠକରେ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲାା ନିର୍ବାହୀ ଯନ୍ତ୍ରୀମାନେ ପ୍ରକଳ୍ପର ଫିଜିବିଲିଟି ରିପୋର୍ଟ ପ୍ରଦାନ କରିବା ସମୟରେ କେଉଁ ଯୋଜନା ଏବଂ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହେଇପାରୁଛି ସେଗୁଡିକୁ ଅନୁଧ୍ୟାନପୂର୍ବକ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲୋ ୨୦୨୧-୨୨ ଆର୍ଥିକ ବର୍ଷ ପୂର୍ବରୁ ବାକି ରହିଥିବା ପ୍ରକଳ୍ପଗୁଡିକର ଅଗ୍ରଗତି ସମ୍ବନ୍ଧରେ ବୁଝିବା ସହ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପଗୁଡିକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଗଲାା ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପଗୁଡିକୁ ଅଗ୍ରାଧିକାର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଚାଲୁ ରହିଥିବା ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ଜରୁରୀ ବୋଲି ଶ୍ରୀ ସିଂହ କହିଥିଲୋ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ଅଧିନରେ ସମ୍ପୂର୍ଣ୍ଣ ହୋଇଥିବା ରାସ୍ତାଗୁଡିକର ନିୟମିତ ଓ ସାମୟିକ ରକ୍ଷଣାବେକ୍ଷଣ ନିମନ୍ତେ ସମ୍ପୃକ୍ତ ସଂସ୍ଥାଗୁଡିକ ସହିତ ବୁଝାମଣା କରି କାର୍ଯ୍ୟ ଆଗେଇ ନେବାକୁ ପରାମର୍ଶ ଦେଇଥିଲୋ ପ୍ରକଳ୍ପ କାର୍ଯ୍ୟ ସମୟରେ ଜମି ଅଧିଗ୍ରହଣରେ ଉପୁଜୁ ଥିବା ସମସ୍ୟା, ବିଶେଷ କରି ଜଙ୍ଗଲ ଜମିଗୁଡିକ ପାଇଁ ଔପଚାରିକତା ସମ୍ପୂର୍ଣ୍ଣ କରି ବିଭାଗକୁ ଜଣାଇବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲୋ
Imageବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମ୍ପର୍କରେ ଆଲୋଚନା କରାଯାଇଥିଲାା ପ୍ରତ୍ୟେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲୋ
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଶୁଭଙ୍କର ମହାପାତ୍ର, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡ଼ାଙ୍କ ସମେତ ସମସ୍ତ ବରିଷ୍ଠ ପଦାଧିକାରୀ ଯୋଗଦେଇଥିଲୋ

 

0
0
0
s2sdefault