ହେଡଲାଇନସ୍:

ମୁଖ୍ୟ ଶାସନ ସଚିବ ଭାବେ ଶ୍ରୀ ମନୋଜ ଆହୁଜାଙ୍କ ଦାୟିତ୍ୱ ଗ୍ରହଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଶ୍ରୀ ମନୋଜ ଆହୁଜା ଆଜି ଅପରାହ୍ଣରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି । ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି ।

Image ଆଜି ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କ ଠାରୁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ଲୋକସେବା ଭବନ ସ୍ଥିତ କାର୍ଯ୍ୟାଳୟରେ ଶ୍ରୀ ଜେନା ଓ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ ।

Imageପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ଲୋକସେବା ଭବନସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ବେଳେ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜାଙ୍କୁ ସ୍ୱାଗତ କରିଥିଲେ ।

Image

0
0
0
s2sdefault