ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତାରଭା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍. କୁମାର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାରଭା ସମେତ ଉଖୁରା , ରାଗଡ଼ି ଓ ଗୁମ୍ମା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୨୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୮୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୯ ଗୋଟି ଓ ୫୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା , ତହସିଲଦାର ଶ୍ରୀ ଦେବୀ ପ୍ରସନ୍ନ ସାରସ୍ଵତ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault