ହେଡଲାଇନସ୍:

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଶେଷ ତାରିଖ ୩୧ ଜୁଲାଇ,ବୀମା ଜାଲିଆତି ରୋକିବା ଦିଗରେ ପଦକ୍ଷେପ

ଭୁବନେଶ୍ୱର: ଖରିଫ, ୨୦୨୪ ରେ ୮ଟି ବିଜ୍ଞାପିତ ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍-ଏଫ୍ବିଓ୍ୱାଇ) ଅଧୀନରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ଏକ ବିଜ୍ଞପ୍ତି ଚିଠି (ନଂ.୭୧୫୦, ଡି.ଟି.୭/୦୭/୨୦୨୪) ଜାରି କରିଛନ୍ତିା ଜୁଲାଇ ୩୧ ତାରିଖ ହେଉଛି କୃଷକମାନଙ୍କ ନାମ ପଞ୍ଜୀକରଣର ଶେଷ ତାରିଖା ଖରିଫ, ୨୦୨୩ରେ ଜିଲ୍ଲା ପ୍ରଶାସନର ସକ୍ରିୟ ସହଯୋଗରେ ରେକର୍ଡ ସଂଖ୍ୟକ ପଞ୍ଜୀକରଣ ହୋଇଥିଲାା ଗତବର୍ଷ ଭଳି ଚଳିତ ବର୍ଷ ରାଜ୍ୟ ସରକାର ୨ ହେକ୍ଟର ପର୍ଯ୍ୟନ୍ତ ଜମି ପାଇଁ ଚାଷୀଙ୍କ ଭାଗ ବହନ କରିବେ ଏବଂ ଆବେଦନର ବୈଧତା ପାଇଁ ସେମାନଙ୍କୁ ମାତ୍ର ୧/- ଟଙ୍କା ଦେବାକୁ ପଡିବା
ଉପରୋକ୍ତ ତଥ୍ୟକୁ ଦୃଷ୍ଟିରେ ରଖି ଉନ୍ନତ ବିପଦ ପ୍ରଶମନ ପାଇଁ ଏହି ଯୋଜନାରେ କୃଷକଙ୍କ ପଞ୍ଜୀକରଣ ବୃଦ୍ଧି ପାଇଁ ଯଥାସମ୍ଭବ ପ୍ରୟାସ କରିବାକୁ ଜିଲ୍ଲାପାଳମାନଙ୍କୁ ଅନୁରୋଧ କରାଯାଇଛିା ଆଗାମୀ ଖରିଫ ଋତୁରେ ଅତି କମରେ ୨୦ ପ୍ରତିଶତରୁ ଅଧିକ ଅଞ୍ଚଳ ଏବଂ କୃଷକମାନଙ୍କୁ ଏହି କାର୍ଯ୍ୟକ୍ରମ ଅଧୀନରେ ଅନ୍ତର୍ଭୁକ୍ତ କରାଯିବା ଉଚିତ ବୋଲି କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ପ୍ରକାଶ କରିଛନ୍ତିା
ଜାଲିଆତି ବୀମା ବିଷୟରେ ସୂଚନା ଦେବାକୁ ଯାଇ ପ୍ରମୁଖ ଶାସନ ସଚିବ ଡ. ପାଢୀ ଉଲ୍ଲେଖ କରିଛନ୍ତି ଯେ ଏହି ମାମଲାରେ ସରକାରୀ ଜମିରେ କୃଷିବୀମା, ଅଣଚାଷ ଜମି ଏବଂ ଜଣେ ଅନ୍ୟର ଜମିରେ ବୀମା କରୁଥିବା ଭଳି ଅନେକ ଅସାଧୁ ବ୍ୟକ୍ତି ନଜରକୁ ଆସିଛନ୍ତିା ତେଣୁ ପ୍ରକୃତ କୃଷକଙ୍କ ସ୍ୱାର୍ଥ ରକ୍ଷା ପାଇଁ ଏଭଳି ସମସ୍ତ ଅସାଧୁ ବ୍ୟକ୍ତି ଓ ସେମାନଙ୍କ ସହଯୋଗୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତିା

0
0
0
s2sdefault