ହେଡଲାଇନସ୍:

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଅଗ୍ନିବୀରଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦% ପର୍ଯ୍ୟନ୍ତ ସଂରକ୍ଷଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ଅଗ୍ନିବୀରଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦% ପର୍ଯ୍ୟନ୍ତ ସଂରକ୍ଷଣ ରହିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି |
ଶ୍ରୀ ମାଝୀ କହିଛନ୍ତି ଯେ " ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକ ମାନେ ଆମର ଗର୍ବ ଓ ଗୌରବ। ଆମର ଅଗ୍ନିବୀର୍ ମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି। ଅଗ୍ନିବୀର୍‌ ଯୋଜନା ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହାସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ମୁଁ ଏଠାରେ ଘୋଷଣା କରୁଛି ଯେ ଓଡିଶାର ଯେଉଁ ଅଗ୍ନିବୀର୍‌ ମାନେ ସେନାବାହିନୀରେ ଭର୍ତ୍ତି ହୋଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ।ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ।"

0
0
0
s2sdefault