ଆସନ୍ତା କାଲି ଦିନିକିିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  •  “ସଦସ୍ୟତା ଅଭିଯାନ - ୨୦୨୪” କୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ଗତିଶୀଳ କରିବା ଗସ୍ତ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ

  •  ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଇ ପାର୍ଟୀର ସଦସ୍ୟତା ଅଭିଯାନ ସଂପର୍କରେ କରିବେ ଆଲୋଚନା

  •  ରାଜ୍ୟ କାର୍ଯ୍ୟାଳୟଠାରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀମାନଙ୍କ ସହ ଆଲୋଚନା କରିବେ


ଭୁବନେଶ୍ୱର, ତା.୨୫/୦୯: ଆସନ୍ତା କାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୬ତାରିଖ ସକାଳ ୧୦.୩୦ରେ ଶ୍ରୀ ନଡ୍ଡା ଭୁବନେଶ୍ୱର ପହଂଚିବେ । ପାର୍ଟୀ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଅପରାହ୍ନରେ ଶ୍ରୀ ନଡ୍ଡା ପ୍ରତ୍ୟାବର୍ତନ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି ସୂଚନା ଦେଇଛନ୍ତି ।
ସଦସ୍ୟତା ହେଉଛି କାର୍ଯ୍ୟକର୍ତା ଚୟନର ମୂଳ ଆଧାର । ସଙ୍ଗଠନର ମୂଳ ଆଧାର ହେଉଛନ୍ତି କାର୍ଯ୍ୟକର୍ତା ଏବଂ ବିଜେପିର ମୂଳ ଆଧାର ହେଉଛି ସଙ୍ଗଠନ । ସଙ୍ଗଠନର ଶକ୍ତି ସହିତ ଆମର ବୈଚାରିକ ସ୍ପଷ୍ଟତା ଓ ଗରୀବ କଲ୍ୟାଣର ମନ୍ତ୍ର ଆମକୁ ଦେଶ ଓ ରାଜ୍ୟରେ ଲୋକଙ୍କର ବିଶ୍ୱାସଭାଜନ କରିଛି । ପାର୍ଟୀର ସାଂଗଠନିକ ମହାପର୍ବ “ସଦସ୍ୟତା ଅଭିଯାନ - ୨୦୨୪” ଚଳିତ ମାସ ୨ ତାରିଖରୁ ଦେଶବ୍ୟାପୀ ଏବଂ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଛି । ଆମ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ଗତିଶୀଳ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ଓଡିଶା ଗସ୍ତରେ ଆସୁଛନ୍ତି ବୋଲି ଡ.ମହାନ୍ତି ସୂଚନା ଦେଇଛନ୍ତି ।
ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ଏଜି ଛକସ୍ଥିତ ବାବାସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ । ଏହା ପରେ ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଇ ପାର୍ଟୀର ସଦସ୍ୟତା ଅଭିଯାନ ସଂପର୍କରେ ଆଲୋଚନା କରିବେ । ଏହି ଅବସରରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଂଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେବେ । ମଧ୍ୟାହ୍ନରେ ଶ୍ରୀ ନଡ୍ଡା ରାଜ୍ୟ କାର୍ଯ୍ୟାଳୟଠାରେ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ସଂପର୍କରେ ଆଲୋଚନା କରିବେ ବୋଲି ଡ.ମହାନ୍ତି ସୂଚନା ଦେଇଛନ୍ତି ।

0
0
0
s2sdefault