ହେଡଲାଇନସ୍:

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ଆସିବାକୁ ଚାହୁଁଥିବା ବ୍ୟକ୍ତି ଦୟାକରି ଧ୍ୟାନ ଦିଅନ୍ତୁ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ସେପ୍ଟେମ୍ବର ୩୦ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

  • ନିୟମିତ ଖବରକାଗଜ ପଢିବା ଅଭ୍ୟାସ କରନ୍ତୁ , ପରବର୍ତ୍ତୀ ସୂଚନା ଗଣମାଧ୍ୟମରେ ଜଣାଇଦିଆଯିବ


ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ସେଦିନ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ପରବର୍ତ୍ତୀ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି l

0
0
0
s2sdefault