ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଡ଼.ଗୁଣନିଧି ନାୟକ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ମର୍ଲାବା ଗ୍ରାମ ପଞ୍ଚାୟତ ସମେତ କୁମୁଲସିଂ, ସାନତୁଣ୍ଡି ଓ କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ- ୨୯୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୮୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୧୦ ଗୋଟି ଆସିଥିଲା , ସେଥିମଧ୍ୟରୁ ୧୫୦ ଗୋଟି ଆଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର (ସୋମବାର) ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ଉପ ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ, ତହସିଲଦାର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ , ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

0
0
0
s2sdefault