ହେଡଲାଇନସ୍:

ପାଇକମାଳ ହାଇସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାଇକମାଳ :- ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଅଛି l ପ୍ରଥମେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଫଟୋ ଚିତ୍ର ରେ ମାଲ୍ୟାର୍ପଣ କରାଯାଇଥିଲା ଏବଂ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନତୋ ଗାନ କରା ଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବାକୃତ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା l ରଜତ କୁମାର ସାହୁ ଉଭୟ ମହାପୁରୁଷଙ୍କ ଜୀବନୀ ବିଷୟରେ ଆଲୋକପାତ କରିଥିଲେ l କାର୍ଯ୍ୟକ୍ରମରେ ବବିତା ବେହେରା, ଆନନ୍ଦିନୀ ସେଠ୍,ନିରୁପମା ସାହୁ, ଲଲିତ କୁମାର ବିଶ୍ବାଳ ମଞ୍ଚାସୀନ ଥିଲେ l ତ୍ରିଲୋଚନ ନାୟକ ସଭା ପରିଚାଳନା ଓ ସୁଦାମ ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ l

0
0
0
s2sdefault