ରାଷ୍ଟ୍ରୀୟ ଏକତା ଦିବସ ପାଳନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷା ବଜାୟ ରଖିବାକୁ ଶପଥ ନେଲେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀ

ଭୁବନେଶ୍ୱର,୩୧/୧୦/୨୦୨୪: ଆଜି ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷା ବଜାୟ ରଖିବା ନିମନ୍ତେ ଶପଥପାଠ କରିଛନ୍ତି ।
ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଉପଲକ୍ଷେ ସାରା ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଷ୍ଟ୍ରୀୟ ଏକତା ନେଇ ଶପଥ ପାଠ କରାଯାଇଛି । ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ କାର୍ଯ୍ୟାଳୟରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ‘ରାଷ୍ଟ୍ରୀୟ ଏକତା’ର ଶପଥ ପାଠ କରାଇଥିଲେ । ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟି ଓ କାର୍ଯ୍ୟକୁ ସ୍ମରଣ କରିବା ସହ ଦେଶର ଏକତା ଅକ୍ଷୁଣ୍ଣ ରଖିବା ପାଇଁ ତାଙ୍କ ମନୋଭାବକୁ ସମ୍ମାନ ଜଣାଇ ଅଧିକାରୀ ଓ କର୍ମଚାରୀମାନେ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସୁନିଶ୍ଚିତ କରିବା ନିମନ୍ତେ ସତ୍ୟନିଷ୍ଠାର ସହ ସଂପୂର୍ଣ୍ଣ ଯୋଗଦାନ ଦେବାକୁ ସଂକଳ୍ପ ନେଇଥିଲେ ।

ଆଜିର ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିଶ୍ୱଜିତ ଦାଶ ଓ ଶ୍ରୀ ଗୁର୍‌ବୀର ସିଂହ, ବିଭାଗୀୟ ଉପ ନିର୍ଦ୍ଦେଶିକା ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଉପ ଶାସନ ସଚିବ ଏସ୍‌.କେ. କଲାମ୍‌, ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ୱୀରାଜ ପାଣୀଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଶପଥ ପାଠ କରିଥିଲେ ।

0
0
0
s2sdefault