ଚନ୍ଦାହାଣ୍ଡି ବ୍ଲକଠାରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ.: ଆଜି ଚନ୍ଦାହାଣ୍ଡିବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ) ମହେଶ୍ୱର ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର ଏବଂ ବି ଡି ଓ ରାମକୃଷ୍ଣ ନାୟକ ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୫୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।
ଏହି ଅବସରରେ ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୧ ଜଣଙ୍କୁ ହୁଇଲ ଚେୟାର ଏବଂ ୩୫ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ନୂତନ ସହାୟତା କାର୍ଡ ପ୍ରଦାନ କରଯାଇଥିଲା।

0
0
0
s2sdefault