ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ବାଡେଗୁଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବାଡେଗୁଡ଼ ଗ୍ରାମ ପଞ୍ଚାୟତ ସମେତ ଚାନ୍ଦୀପୁଟ , ଲୁହାଗୁଡି ଓ ଶିକୁଳିପଦର ପଞ୍ଚାୟତର ସମୁଦାୟ ମୋଟ-୧୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୦ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୬୨ ଗୋଟି ଆସିଥିଲା। ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ, ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ରାଜୀବ ଶବର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ , ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ , ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ , ସଭ୍ୟା , ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 47