ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି /ବାଳାକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦର ମହକୁମାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରସାଶନ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି।
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ଯୋଗଦାନ କରି ନିଜ ବକ୍ତବ୍ୟରେ ଜଣାଇଥିଲେ ଯେ , ଗଜପତି ଜିଲ୍ଲାର ସାମ୍ବାଦିକ ଗଣ ଜିଲ୍ଲାର ଅପହଞ୍ଚ ଅଞ୍ଚଳର ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ବିଭିନ୍ନ ଖବର ସଂଗ୍ରହ କରି ପ୍ରସାର ପ୍ରଚାର କରି ସମସ୍ତ କ୍ଷେତ୍ରରେ ଆଗକୁ ନେବାରେ ସଫଳ କରୁଛନ୍ତି। ଯେଉଁଭଳି ଭାବରେ ଖରା , ବର୍ଷା ଓ ଶୀତକୁ ଖାତିର୍ ନକରି କର୍ତ୍ତବ୍ୟ ନିଷ୍ଠା ସହିତ ଜନସାଧାରଣଙ୍କ ନିକଟକୁ ସଚେତନତାର ବାର୍ତ୍ତା ପହଞ୍ଚାଇବାରେ ମଧ୍ଯ ଗଣମାଧ୍ୟମର ଭୂମିକା ବେଶ୍ ଗୁରୁତ୍ଵପୂର୍ଣ୍ଣ ରହିଥିବାରୁ ସମସ୍ତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ପ୍ରଶଂସା କରିଥିଲେ।
ଏହି ଉପଲକ୍ଷେ “ଗଣମାଧ୍ୟମର ପରିବର୍ତ୍ତନଶୀଳ ସ୍ୱରୂପ ” ଶୀର୍ଷକ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ସମ୍ମାନିତ ଅତିଥି ଭାବରେ ଭାବେ ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି କହିଥିଲେ ସମାଜ ବିକାଶରେ ଗଣମାଧ୍ୟମର ଭୂମିକା ବେଶ୍ ଗୁରୁତ୍ଵପୂର୍ଣ୍ଣ , ତୃଣମୂଳ ସ୍ତରରୁ ଲୋକଙ୍କ ବିଭିନ୍ନ ସମସ୍ୟାର ଲୋକଲୋଚନ ଆଣିବାରେ ଗଣମାଧ୍ୟମର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଅଛି ବୋଲି ଅଭିଭାଷଣ ପ୍ରଦାନ କରିଥିଲେ।
ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ ମହାନ୍ତି , ଶ୍ରୀ ଗରୁଡ଼ଧ୍ଵଜ ଚୌଧୁରୀ , ଶ୍ରୀ ବସନ୍ତ ପଣ୍ଡା ବରିଷ୍ଠ ସାମ୍ୱାଦିକ ଯୋଗ ଦେଇଥିବା ବେଳେ ଶ୍ରୀ ଡିଜେନ୍ଦ୍ର ନାଥ ପାଢ଼ୀ, ବରିଷ୍ଠ ସାମ୍ୱାଦିକ ସଭା ପରିଚାଳନା କରିଥିବା ବେଳେ ଶ୍ରୀ ପ୍ରଦୀପ ନାୟକ , ସାମ୍ବାଦିକ ଧନ୍ୟବାଦ୍ ଅର୍ପଣ କରିଥିଲେ। ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଆଲୋଚନା ଚକ୍ରରେ ଅଂଶଗ୍ରହଣ କରି ନିଜ ନିଜର ଅଭିଭାଷଣ ରଖିଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭାଗର ବରିଷ୍ଠ କର୍ମଚାରୀ ନରସିଂହ ବଜବାନ୍ଧୁ ଓ ପ୍ରଦୀପ କୁମାର ରଥ ସହଯୋଗ କରିଥିଲେ।

0
0
0
s2sdefault