ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି , ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମେତ ରାୟଗଡ , କରଡ଼ାସିଂ ଓ ଏସ୍.କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ-୧୮୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୯୫ , ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଓ ଅନ୍ୟ ଅଭିଯୋଗ ଗୁଡିକ ମଧ୍ୟ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁଇ ଜଣଙ୍କୁ ୟୁଇଲ୍ ଚ୍ୟାର୍ ଓ ଅନ୍ୟ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ, ତହସିଲଦାର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ , ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

0
0
0
s2sdefault