ନୟାଗଡ଼ (ବିଶ୍ୱଜିତ ନାୟକ):- ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ପ୍ରତିଷ୍ଠା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବରିଷ୍ଠ କର୍ମକର୍ତ୍ତା, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟଙ୍କ ସହିତ ଅନେକ ନେତୃବୃନ୍ଦ ଓ କର୍ମୀ ଯୋଗ ଦେଇଥିଲେ । ୨୬ ତାରିଖ ଦଳୀୟ କାର୍ଯ୍ୟାଳୟଠାରେ ପ୍ରତିଷ୍ଠା ଦିବସ ପାଳନ ହେବାକୁ ସ୍ଥିର କରାଯାଇଛି । ସକାଳ ୯ ଘଟିକାରୁ କାର୍ଯ୍ୟକ୍ରମ ଆରମ୍ଭ ହେବ । କାର୍ଯ୍ୟକ୍ରମରେ ସମସ୍ତ କର୍ମୀ ଯୋଗ ଦେବାକୁ ବିଧାୟକ ଆହ୍ୱାନ ଦେଇଛନ୍ତି । ୨୦୨୫ ନୂଆ ବର୍ଷରୁ ବିଜେଡି ନୂଆ ଭୂମିକା ନେବ ବୋଲି ବିଧାୟକ କହିବା ସହ ଶାରୀରିକ ଓ ମାନସିକ ସ୍ତରରେ ସମସ୍ତେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ । ବୈଠକରେ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଯୁବ ବିଜେଡି ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, କ୍ଷୀରୋଦ ମହାପାତ୍ର ପ୍ରମୂଖ ଉପସ୍ଥିତ ରହିଥିଲେ ।
ରାଜ୍ୟ
ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପ୍ରତିଷ୍ଠା ଦିବସ ପ୍ରସ୍ତୁତି ବୈଠକ
- Hits: 5