ହେଡଲାଇନସ୍:

ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

୫୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ 


ସୁବର୍ଣ୍ଣପୁର,୨୩/୧୨/୨୪: ଶାସକ ପ୍ରଶାସକ (ପ୍ରକାଶ ହାତୀ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର,ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ କେ ହରିପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୨ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।ବିଡିଓ, ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି ଙ୍କ ସମେତ ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

0
0
0
s2sdefault