ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୫୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୦ ଗୋଟି ଓ ୭ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ ସ୍ଥାନୀୟ ତହସିଲଦାର ଓ ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault